ଆଜି ଚିହ୍ନଟ ହୋଇଥିବା ୩୬୮ ଜଣଙ୍କ ମଧ୍ୟରୁ ୨୧୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୫୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୪୯ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୩୦ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୧୬ ଜଣ, ବରଗଡ଼ରୁ ୧୯ ଜଣ, ଭଦ୍ରକରୁ ୧୯ ଜଣ, ବଲାଙ୍ଗୀରରୁ ୧୮ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୨୬ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ଗଜପତିରୁ ଜିଲ୍ଲାରୁ କେହି ସଂକ୍ରମିତ ହୋଇ ନାହାନ୍ତି । ଗଞ୍ଜାମରୁ ୬ ଜଣ, ଜଗତ୍ସିଂହପୁରରୁ ୮ ଜଣ, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୬ ଜଣ, କନ୍ଧମାଳର ଜିଲ୍ଲାରୁ ୨, କେନ୍ଦ୍ରାପଡ଼ାରୁ ୫ ଜଣ, କେନ୍ଦୁଝରରୁ ୨୨ ଜଣ, ଖୋର୍ଦ୍ଧାରୁ ୪୯ ଜଣ, କୋରାପୁଟରୁ ୪ ଜଣ ଚିହ୍ନଟ ହୋଇଛନ୍ତି । ମାଲକାନଗିରିରୁ ୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ମୟୂରଭଞ୍ଜରୁ ୨୪ ଜଣ, ନବରଙ୍ଗପୁରରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସେହିପରି ନୟାଗଡ ଜିଲ୍ଲାରୁ ୫, ନୂଆପଡ଼ାରୁ ୫ ଜଣ, ପୁରୀରୁ ୧୮ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁରରୁ ୧୧ ଜଣ, ସୋନପୁରରୁ କେହି ସଂକ୍ରମିତହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୪୫ ଜଣ ଓ ଷ୍ଟେଟ୍ପୁଲ୍ରୁ ୧୦ ଜଣ ଚିହ୍ନଟ ହୋଇଛନ୍ତି ।