
ଭୁବନେଶ୍ୱର – ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ୩ଟି ମାମଲା ରୁଜୁ କରିଛି । ସେହିପରି ପୋଲିସ ଗତ ୨୪ ଘଂଟାରେ ୨୪ ଜଣଙ୍କୁ ଗିରଫ କରିଥିବା ବେଳେ ୬୫୯ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୨,୪୨,୫୫୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।