
କଟକ- କଟକରେ ମଧ୍ୟ ଭାରତ ବନ୍ଦ୍ ର ପ୍ରଭାବ ପରିଲକ୍ଷିତ ହୋଇଛି । କଟକ ବାଦାମବାଡ଼ିରେ କଂଗ୍ରେସ କର୍ମୀ ଓ ପୋଲିସ ମଧ୍ୟରେ କିଛି ସମୟ ପାଇଁ ଧସ୍ତାଧସ୍ତି ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା । ସେହିପରି ଜିଲ୍ଲାରେ ବସ୍ ଓ ଟ୍ରେନ୍ ଚଳାଚଳ ବନ୍ଦ ରହିଛି । ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ବିଭିନ୍ନ ସ୍ଥାନରେ ପୋଲିସ ମୁତୟନ ରହିଛନ୍ତି ।