
ଭୁବନେଶ୍ୱର– ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ୧ଟି ମାମଲା ରୁଜୁ କରିଛି । ସେହିପରି ପୋଲିସ ଗତ ୨୪ ଘଂଟାରେ ୧୩ ଜଣଙ୍କୁ ଗିରଫ କରିଥିବା ବେଳେ ୬୩୪ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୪,୮୫,୩୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।