

ଆଜି ଚିହ୍ନଟ ହୋଇଥିବା ୩୪୯ ଜଣଙ୍କ ମଧ୍ୟରୁ ୧୯୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୫୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୪୬ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୨୬ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୨୩ ଜଣ, ବରଗଡ଼ରୁ ୧୯ ଜଣ, ଭଦ୍ରକରୁ ୫ ଜଣ, ବଲାଙ୍ଗୀରରୁ ୬ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧ ଜିଲ୍ଲାରୁ ୪, କଟକରୁ ୨୨ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୧ ଜଣ ଚିହ୍ନଟ ହୋଇଥିବା ବେଳେ ଗଜପତିରୁ ଜିଲ୍ଲାରୁ କେହି ସଂକ୍ରମିତ ହୋଇ ନାହାନ୍ତି । ଗଞ୍ଜାମରୁ ୪ ଜଣ, ଜଗତ୍ସିଂହପୁରରୁ ୫ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୧୮ ଜଣ, କଳାହାଣ୍ଡିରୁ ୧୯ ଜଣ, କନ୍ଧମାଳର ଜିଲ୍ଲାରୁ କେହି ସଂକ୍ରମିତ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୫ ଜଣ, କେନ୍ଦୁଝରରୁ ୭ ଜଣ, ଖୋର୍ଦ୍ଧାରୁ ୪୪ ଜଣ, କୋରାପୁଟରୁ ୧ ଜଣ ଚିହ୍ନଟ ହୋଇଛନ୍ତି । ମାଲକାନଗିରିରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ମୟୂରଭଞ୍ଜରୁ ୧୮ ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ ଜିଲ୍ଲାରୁ ୧ ଜଣ, ନୂଆପଡ଼ାରୁ ୧୦ ଜଣ, ପୁରୀରୁ ୨୨ ଜଣ, ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁରରୁ ୧୪ ଜଣ, ସୋନପୁରରୁ କେହି ସଂକ୍ରମିତହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୪୬ ଜଣ ଓ ଷ୍ଟେଟ୍ପୁଲ୍ରୁ ୧୦ ଜଣ ଚିହ୍ନଟ ହୋଇଛନ୍ତି ।