ଆଜି ଚିହ୍ନଟ ହୋଇଥିବା ୩୪୩ ଜଣଙ୍କ ମଧ୍ୟରୁ ୧୯୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୪୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୫ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୪୧ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୩୨ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୧୭ ଜଣ, ବରଗଡ଼ରୁ ୧୮ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୧୯ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୨୧ ଜଣ, ଦେବଗଡ଼ରୁ କେହି ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ଗଜପତିରୁ ଜିଲ୍ଲାରୁ କେହି ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଞ୍ଜାମରୁ ୮ ଜଣ, ଜଗତ୍ସିଂହପୁରରୁ ୧୩ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୧୦ ଜଣ, କନ୍ଧମାଳର ଜିଲ୍ଲାରୁ କେହି ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୮ ଜଣ, କେନ୍ଦୁଝରରୁ ୧୪ ଜଣ, ଖୋର୍ଦ୍ଧାରୁ ୩୨ ଜଣ, କୋରାପୁଟରୁ ୧ ଜଣ, ମାଲକାନଗିରିରୁ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ମୟୂରଭଞ୍ଜରୁ ୨୦ ଜଣ, ନବରଙ୍ଗପୁରରୁ କେହି ସଂକ୍ରମିତ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୨ ଜଣ, ନୂଆପଡ଼ାରୁ ୧୨ ଜଣ, ପୁରୀରୁ ୨୨ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁରରୁ ୧୫ ଜଣ, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୪୧ ଜଣ ଓ ଷ୍ଟେଟ୍ପୁଲ୍ରୁ ୭ ଜଣ ଚିହ୍ନଟ ହୋଇଛନ୍ତି ।