ଆଜି ଚିହ୍ନଟ ହୋଇଥିବା ୩୮୭ ଜଣଙ୍କ ମଧ୍ୟରୁ ୨୨୦ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୬୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୫ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୫୮ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୨୭ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୧୬ ଜଣ, ବରଗଡ଼ରୁ ୧୮ ଜଣ, ଭଦ୍ରକରୁ ୨୧ ଜଣ, ବଲାଙ୍ଗୀରରୁ ୧୬ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧ ଜିଲ୍ଲାରୁ ୨, କଟକରୁ ୧୯ ଜଣ, ଦେବଗଡ଼ରୁ ୮, ଢେଙ୍କାନାଳରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ ଗଜପତିରୁ ଜିଲ୍ଲାରୁ ୨, ଗଞ୍ଜାମରୁ ୬ ଜଣ, ଜଗତ୍ସିଂହପୁରରୁ ୭ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୧୫ ଜଣ, କନ୍ଧମାଳର ଜିଲ୍ଲାରୁ ୧, କେନ୍ଦ୍ରାପଡ଼ାରୁ ୫ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧାରୁ ୫୧ ଜଣ, କୋରାପୁଟରୁ ୩ ଜଣ, ମାଲକାନଗିରିରୁ ୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ମୟୂରଭଞ୍ଜରୁ ୨୦ ଜଣ, ନବରଙ୍ଗପୁରରୁ ୩, ନୟାଗଡ ଜିଲ୍ଲାରୁ ୩ ଜଣ, ନୂଆପଡ଼ାରୁ ୧୩ ଜଣ, ପୁରୀରୁ ୧୪ ଜଣ, ରାୟଗଡା ଜିଲ୍ଲାରୁ ୬, ସମ୍ବଲପୁରରୁ ୧୦ ଜଣ, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୫୮ ଜଣ ଓ ଷ୍ଟେଟ୍ପୁଲ୍ରୁ ୧୩ ଜଣ ଚିହ୍ନଟ ହୋଇଛନ୍ତି ।