ଆଜି ଚିହ୍ନଟ ହୋଇଥିବା ୩୩୫ ଜଣଙ୍କ ମଧ୍ୟରୁ ୨୨୦ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୬୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୫୨ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୨୫ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୨୬ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୮ ଜଣ, ବଲାଙ୍ଗୀରରୁ ୧୧ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧ ଜିଲ୍ଲାରୁ ୧, କଟକରୁ ୨୦ ଜଣ, ଦେବଗଡ଼ରୁ ୧, ଢେଙ୍କାନାଳରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ ଗଜପତିରୁ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଞ୍ଜାମରୁ ୭ ଜଣ, ଜଗତ୍ସିଂହପୁରରୁ ୭ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୨୫ ଜଣ, କଳାହାଣ୍ଡିରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ କନ୍ଧମାଳର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୫ ଜଣ, କେନ୍ଦୁଝରରୁ ୧୪ ଜଣ, ଖୋର୍ଦ୍ଧାରୁ ୩୧ ଜଣ, କୋରାପୁଟରୁ ୧ ଜଣ, ମାଲକାନଗିରିରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ମୟୂରଭଞ୍ଜରୁ ୨୯ ଜଣ, ନବରଙ୍ଗପୁରରୁ ୪, ନୟାଗଡ ଜିଲ୍ଲାରୁ ୧ ଜଣ, ନୂଆପଡ଼ାରୁ ୭ ଜଣ, ପୁରୀରୁ ୧୫ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁରରୁ ୧୦ ଜଣ, ସୋନପୁରରୁ କେହି ସଂକ୍ରମିତ ହୋଇ ନାହାନ୍ତି । ସେହିପରି ସୁନ୍ଦରଗଡ଼ରୁ ୫୨ ଜଣ ଓ ଷ୍ଟେଟ୍ପୁଲ୍ରୁ ୭ ଜଣ ଚିହ୍ନଟ ହୋଇଛନ୍ତି ।