ଆଜି ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ସୁନ୍ଦରଗଡ ଜିଲ୍ଲାର ୨ ଜଣ ରହିଥିବା ବେଳେ ମାଲକାନଗିରି ଓ ବାଲେଶ୍ୱର ଜିଲ୍ଲାର ଜଣେ ଜଣେ ଅଛନ୍ତି ।
ବ।।ଲେଶ୍ୱର ଜିଲ୍ଲାର ଜଣେ ୭୦ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ମାଲକାନଗିରି ଜିଲ୍ଲାର ଜଣେ ୭୦ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ସୁନ୍ଦରଗଡ ଜିଲ୍ଲାର ଜଣେ ୬୫ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ କ୍ରନିକ କିଡନୀ ରୋଗରେ ପୀଡିତ ଥିଲେ । ସୁନ୍ଦରଗଡ ଜିଲ୍ଲାର ଜଣେ ୫୫ ବର୍ଷୀୟ ପୁରୁଷଙ୍କ କରୋନାରେ ମୃତ୍ୟୁ ଘଟିଛି ।
ନିୟମ ଉଲ୍ଲଂଘନ ମାମଲାରେ ୭ ଗିରଫ
ଭୁବନେଶ୍ୱର – ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୭ ଜଣଙ୍କୁ ଗିରଫ କରିଥିବା ବେଳେ ୫୮୪ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୧୮,୬୭,୫୦୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।