
ନୂଆଦିଲ୍ଲୀ – ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ଶିଳ୍ପ ଉଦ୍ୟୋଗ ମହାସଂଘ (ଫିକି)ର 93ତମ ବାର୍ଷିକ ସାଧାରଣ ବୈଠକ ଓ ଅଧିବେଶନରେ ଉଦ୍ଘାଟନୀ ଅଭିଭାଷଣ ପ୍ରଦାନ କରିବେ । ପୂର୍ବାହ୍ନ 11ଟା ବେଳେ ଭିଡିଓ କନଫରେନ୍ସ ଜରିଆରେ ଏହାର ଉଦଘାଟନ କରିବା ସହ ସେ ଫିକିର ବାର୍ଷିକ ଏକସ୍ପୋ 2020କୁ ମଧ୍ୟ ଭର୍ଚୁଆଲ ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।
ଫିକିର ବାର୍ଷିକ ଅଧିବେଶନ ଭର୍ଚୁଆଲ ମୋଡରେ ଆଜି ଓ 12 ଓ 14 ତାରିଖ ଦିନ ଅନୁଷ୍ଠିତ ହେବ । ଚଳିତ ବର୍ଷର ବାର୍ଷିକ ଅଧିବେଶନରେ ‘ଆକାଂକ୍ଷୀ ଭାରତ’କୁ ମୁଖ୍ୟ ବିଷୟ ଭାବେ ନିଆଯାଇଛି । ଏଥିରେ ମନ୍ତ୍ରୀ, ଶିଳ୍ପପତି, ଅମଲା, କୂଟନୀତିଜ୍ଞ ଓ ଆନ୍ତର୍ଜାତିକ ବିଶେଷଜ୍ଞମାନେ ଯୋଗଦେବେ । କୋଭିଡ-19 ବୈଶ୍ଵିକ ମହାମାରୀ ଦେଶର ଅର୍ଥନୀତି ଉପରେ ଯେଉଁ ପ୍ରଭାବ ପକାଇଛି, ତାକୁ ସୁଧାରିବା ନେଇ ସଂସ୍କାରମୂଳକ ପଦକ୍ଷେପ ଉପରେ ଏହାର ଅଂଶଗ୍ରହଣକାରୀମାନେ ସୁଚିନ୍ତିତ ମତାମତ ରଖିବେ ।
ଫିକି ଆନୁଆଲ 2020 ଆସନ୍ତା 11 ତାରିଖଠାରୁ ଆରମ୍ଭ ହୋଇ ବର୍ଷକ ନିମନ୍ତେ ଚାଲିବ । ଏହି ଭର୍ଚୁଆଲ ଏକ୍ସପୋ ବିଶ୍ଵବ୍ୟାପୀ ପ୍ରଦର୍ଶନକାରୀମାନଙ୍କ ନିମନ୍ତେ ସେମାନଙ୍କ ସାମଗ୍ରୀର କିଣାବିକା ନେଇ ଏକ ସୁଯୋଗ ପ୍ରଦାନ କରିବ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO