
ଭୁବନେଶ୍ୱର– କମିଶନରେଟ ପୋଲିସ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ କଟକରେ ୧୩୩ ଜଣଙ୍କ ଠାରୁ ଜୋରିମାନା ଆଦାୟ କରିଛି । ସେହିପରି ସାମାଜିକ ଦୂରତ୍ୱ ନିୟମ ପାଳନ କରି ନ ଥିବା ଅଭିଯୋଗରେ ୪୪୨ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । ମୋଟର ଯାନ ଆଇନ୍ ଓ ଓଡିଶା ସହରାଂଚଳ ପୋଲିସ ଆଇନ୍ ଉଲ୍ଲଂଘନ କରିଥିବା ୫୨୮ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । କଟକ ଡିସିପି ଟ୍ୱିଟ କରି ଏହି ସୂଚନା ଦେଇଛନ୍ତିା
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୨୪ ଗିରଫ
ଭୁବନେଶ୍ୱର– ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୨୪ ଜଣଙ୍କୁ ଗିରଫ କରିଥିବା ବେଳେ ୬୧୧ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୦,୭୪,୧୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।