
-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୩୭୫୭
ଭୁବନେଶ୍ୱର– ରାଜ୍ୟରେ ଗୋଟିଏ ଦିନରେ ୩୯୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୩୭୫୭ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୧୮୬୮୩ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୩୨୧୪ ରହିଛି ।
ଆଜି ଚିହ୍ନଟ ହୋଇଥିବା ୩୯୩ ଜଣଙ୍କ ମଧ୍ୟରୁ ୨୨୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୬୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁୁଗୁଳ ଜିଲ୍ଲାରେ ସବୁଠାରୁ ଅଧିକ ୪୭ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।