ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୦୭ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଧା ଓ ମୟୁରଭଂଜ ଜିଲ୍ଲାର ୨-୨ ଜଣ ଥିବା ବେଳେ ସୁନ୍ଦରଗଡ ଜିଲ୍ଲାର ଜଣେ ଅଛନ୍ତି ।