

ଆଜି ଚିହ୍ନଟ ହୋଇଥିବା ୩୯୩ ଜଣଙ୍କ ମଧ୍ୟରୁ ୨୨୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୬୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁୁଗୁଳ ଜିଲ୍ଲାରେ ସବୁଠାରୁ ଅଧିକ ୪୭ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୪୭ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୨୧ ଜଣ, ବରଗଡ଼ରୁ ୨୬ ଜଣ, ଭଦ୍ରକରୁ ୩ ଜଣ, ବଲାଙ୍ଗୀରରୁ ୨ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧ ଜିଲ୍ଲାରୁ ୧, କଟକରୁ ୨୪ ଜଣ, ଦେବଗଡ଼ରୁ ୫, ଢେଙ୍କାନାଳରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ଗଜପତିରୁ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଞ୍ଜାମରୁ ୧୪ ଜଣ, ଜଗତ୍ସିଂହପୁରରୁ ୨ ଜଣ, ଯାଜପୁରରୁ ୧୬ ଜଣ, ଝାରସୁଗୁଡ଼ାରୁ ୧୮ ଜଣ, କଳାହାଣ୍ଡିରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ କନ୍ଧମାଳର ଜିଲ୍ଲାରୁ ୨ , କେନ୍ଦ୍ରାପଡ଼ାରୁ ୭ ଜଣ, କେନ୍ଦୁଝରରୁ ୭ ଜଣ, ଖୋର୍ଦ୍ଧାରୁ ୩୯ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ଜଣେ ହେଲେ କରୋନା ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସେହିପରି ମାଲକାନଗିରିରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ମୟୂରଭଞ୍ଜରୁ ୨୬ ଜଣ, ନବରଙ୍ଗପୁରରୁ ୪, ନୟାଗଡ ଜିଲ୍ଲାରୁ ୫ ଜଣ, ନୂଆପଡ଼ାରୁ ୧୩ ଜଣ, ପୁରୀରୁ ୧୪ ଜଣ, ରାୟଗଡା ଜିଲ୍ଲାରୁ ୬, ସମ୍ବଲପୁରରୁ ୨୭ ଜଣ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ କେହି ସଂକ୍ରମିତ ହୋଇ ନାହାନ୍ତି । ସେହିପରି ସୁନ୍ଦରଗଡ଼ରୁ ୪୪ ଜଣ ଓ ଷ୍ଟେଟ୍ପୁଲ୍ରୁ ୯ ଜଣ ଚିହ୍ନଟ ହୋଇଛନ୍ତି ।