ଆଜି ଚିହ୍ନଟ ହୋଇଥିବା ୩୩୨ ଜଣଙ୍କ ମଧ୍ୟରୁ ୧୮୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୪୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୫୧ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୩୫ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୧୧ ଜଣ, ବରଗଡ଼ରୁ ୧୫ ଜଣ, ଭଦ୍ରକରୁ ୫ ଜଣ, ବଲାଙ୍ଗୀରରୁ ୧୦ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧ ଜିଲ୍ଲାରୁ କେହି ହେଲେ ସଂକ୍ରମିତ ହୋଇ ନାହାନ୍ତି । କଟକରୁ ୨୭ ଜଣ, ଦେବଗଡ଼ରୁ ୨, ଢେଙ୍କାନାଳରୁ ୧ ଜଣ ଚିହ୍ନଟ ହୋଇଥିବା ବେଳେ ଗଜପତିରୁ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ୮ ଜଣ, ଜଗତ୍ସିଂହପୁରରୁ ୭ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୧୧ ଜଣ, କଳାହାଣ୍ଡିରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ କନ୍ଧମାଳର ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା କେନ୍ଦ୍ରାପଡ଼ାରୁ ୮ ଜଣ, କେନ୍ଦୁଝରରୁ ୧୦ ଜଣ, ଖୋର୍ଦ୍ଧାରୁ ୨୯ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ମାଲକାନଗିରିରୁ ଜଣେ ହେଲେ କରୋନା ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୂରଭଞ୍ଜରୁ ୨୨ ଜଣ, ନବରଙ୍ଗପୁରରୁ ୨, ନୟାଗଡ ଜିଲ୍ଲାରୁ ୨ ଜଣ, ନୂଆପଡ଼ାରୁ ୧୧ ଜଣ, ପୁରୀରୁ ୨୧ ଜଣ, ରାୟଗଡା ଜିଲ୍ଲାରୁ ୩, ସମ୍ବଲପୁରରୁ ୧୧ ଜଣ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧ ସେହିପରି ସୁନ୍ଦରଗଡ଼ରୁ ୫୧ ଜଣ ଓ ଷ୍ଟେଟ୍ପୁଲ୍ରୁ ୭ ଜଣ ଚିହ୍ନଟ ହୋଇଛନ୍ତି ।