
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୧୧ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଧା, ଢେଙ୍କାନାଳ, ଗଂଜାମ ଓ ଝାରସୁଗୁଡା ଜିଲ୍ଲାର ଜଣେ ଜଣେ ଅଛନ୍ତି ।
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୩୧ ଗିରଫ
ଭୁବନେଶ୍ୱର– ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ୨ଟି ମାମଲା ରୁଜୁ କରା ଯାଇ ୩୧ ଜଣଙ୍କୁ ଗିରଫ କରିଥିବା ବେଳେ ୬୦୮ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୦,୩୪,୮୫୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO