ଆଜି ଚିହ୍ନଟ ହୋଇଥିବା ୩୦୦ ଜଣଙ୍କ ମଧ୍ୟରୁ ୧୭୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୨୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ସବୁଠାରୁ ଅଧିକ ୪୪ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୪୪ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୧୪ ଜଣ, ବରଗଡ଼ରୁ ୧୧ ଜଣ, ଭଦ୍ରକରୁ ୧ ଜଣ, ବଲାଙ୍ଗୀରରୁ ୧୨ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧ ଜିଲ୍ଲାରୁ କେହି ହେଲେ ସଂକ୍ରମିତ ହୋଇ ନାହାନ୍ତି । କଟକରୁ ୨୦ ଜଣ, ଦେବଗଡ଼ରୁ ୧, ଢେଙ୍କାନାଳରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ଗଜପତିରୁ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଞ୍ଜାମରୁ ୪ ଜଣ, ଜଗତ୍ସିଂହପୁରରୁ ୧୧ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ କନ୍ଧମାଳର ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା କେନ୍ଦ୍ରାପଡ଼ାରୁ ୧୧ ଜଣ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୩୬ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ମାଲକାନଗିରିରୁ ଜଣେ ହେଲେ କରୋନା ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୂରଭଞ୍ଜରୁ ୧୭ ଜଣ, ନବରଙ୍ଗପୁରରୁ ୨, ନୟାଗଡ ଜିଲ୍ଲାରୁ ୧ ଜଣ, ନୂଆପଡ଼ାରୁ ୧୧ ଜଣ, ପୁରୀରୁ ୧୯ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁରରୁ ୧୫ ଜଣ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧ ସେହିପରି ସୁନ୍ଦରଗଡ଼ରୁ ୩୪ ଜଣ ଓ ଷ୍ଟେଟ୍ପୁଲ୍ରୁ୯ ଜଣ ଚିହ୍ନଟ ହୋଇଛନ୍ତି ।