ଆଜି ଚିହ୍ନଟ ହୋଇଥିବା ୪୦୭ ଜଣଙ୍କ ମଧ୍ୟରୁ ୨୩୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୭୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୬୨ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୬୦ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୧୪ ଜଣ, ବରଗଡ଼ରୁ ୧୭ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୨୦ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧ ଜିଲ୍ଲାରୁ ୧ ଜଣ, କଟକରୁ ୨୫ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ଼ରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ଗଜପତିରୁ ଜିଲ୍ଲାରୁ ୬ ଜଣ, ଗଞ୍ଜାମରୁ ୭ ଜଣ, ଜଗତ୍ସିଂହପୁରରୁ ୬ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ କନ୍ଧମାଳର ଜିଲ୍ଲାରୁ ୧ ଜଣ ସଂକ୍ରମିତ ହୋଇଛନ୍ତି । କେନ୍ଦ୍ରାପଡ଼ାରୁ ୯ ଜଣ, କେନ୍ଦୁଝରରୁ ୬ ଜଣ, ଖୋର୍ଦ୍ଧାରୁ ୪୬ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମାଲକାନଗିରିରୁ ୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ମୟୂରଭଞ୍ଜରୁ ୨୪ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ମଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୨ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୧୮ ଜଣ ଚିହ୍ନଟ ହୋଇଥିବାବେଳେ , ରାୟଗଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ହୋଇ ନାହାନ୍ତି । ସମ୍ବଲପୁରରୁ ୧୫ ଜଣ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ଜଣେ ହେଲେ ସଂକ୍ରମିତ ହୋଇ ନାହାନ୍ତି । ସେହିପରି ସୁନ୍ଦରଗଡ଼ରୁ ୩୪ ଜଣ ଓ ଷ୍ଟେଟ୍ପୁଲ୍ରୁ୯ ଜଣ ଚିହ୍ନଟ ହୋଇଛନ୍ତି ।