
ଗଞ୍ଜାମ– ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ମୁଖ୍ୟ ରାସ୍ତା ପାଶ୍ୱର୍ ବାଘଝରି ଗାଁ ନିକଟ କଲଭର୍ଟ ତଳୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ତାଙ୍କ ମୁହଁରେ ପଲିଥିନ୍ ଗୋଡିଆ ଯାଇଥିବାରୁ ଯୁବକଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ମୃତକଙ୍କ ପରିଚୟ ମିଳିପାରିନାହିଁ ।
ଆଜି ସକାଳେ ସ୍ଥାନୀୟ ଲୋକେ ଶବ ପଡିଥିବା ଦେଖି ତୁରନ୍ତ ଦିଗପହଣ୍ଡି ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି । ମୃତଦେହ ନିକଟରୁ ଏକ ବାଇକ୍ ମଧ୍ୟ ଜବତ କରିଛି । ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ ଼ମେଡିକାଲକୁ ପଠାଇବା ସହ ପୋଲିସ ପକ୍ଷରୁ ଏନେଇ ଅଧିକ ତଦନ୍ତ ଜାରୀ ରହିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO