ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୨୫ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ସୁନ୍ଦରଗଡ ଜିଲ୍ଲାର ୨ ଜଣ ତଥା ବାଲେଶ୍ୱର, ପୁରୀ ଓ ଜଗତସିଂହପୁର ଜିଲ୍ଲାର ଜଣେ ଜଣେ ଅଛନ୍ତି ।
ଜଗତସିଂହପୁର ଜିଲ୍ଲାର ଜଣେ ୭୩ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ବାଲେଶ୍ୱର ଜିଲ୍ଲାର ଜଣେ ୮୫ ବର୍ଷୀୟ କରୋନା ସଂକ୍ରମିତ ମହିଳା ମୃତ୍ୟୁବରଣ କରିଛନ୍ତି । ସେ ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ପୁରୀ ଜିଲ୍ଲାର ଜଣେ ୮୧ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ସୁନ୍ଦରଗଡ ଜିଲ୍ଲାର ଜଣେ ୬୭ ବର୍ଷୀୟ ପୁରୁଷଙ୍କ କରୋନାରେ ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲ୍ଲାର ଜଣେ ୭୯ ବର୍ଷୀୟ କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।