ଆଜି ଚିହ୍ନଟ ହୋଇଥିବା ୩୫୧ ଜଣଙ୍କ ମଧ୍ୟରୁ ୨୦୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୪୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୫୨ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୪୧ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୧୭ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୫ ଜଣ, ବଲାଙ୍ଗୀରରୁ ୧୦ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧ ଜିଲ୍ଲାରୁ ୨ ଜଣ, କଟକରୁ ୨୭ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ଼ରୁ ୨, ଢେଙ୍କାନାଳରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ଗଜପତିରୁ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ହୋଇ ନାହାନ୍ତି । ସେହିପରି ଗଞ୍ଜାମରୁ ୨ ଜଣ, ଜଗତ୍ସିଂହପୁରରୁ ୮ ଜଣ, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୧୧ ଜଣ, କଳାହାଣ୍ଡିରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ କନ୍ଧମାଳର ଜିଲ୍ଲାରୁ କେହି ସଂକ୍ରମିତ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୯ ଜଣ, କେନ୍ଦୁଝରରୁ ୮ ଜଣ, ଖୋର୍ଦ୍ଧାରୁ ୫୨ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମାଲକାନଗିରିରୁ ୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ମୟୂରଭଞ୍ଜରୁ ୧୭ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ ୬, ନୟାଗଡ ଜିଲ୍ଲାରୁ ୧ ଜଣ, ନୂଆପଡ଼ାରୁ ୨୧ ଜଣ, ପୁରୀରୁ ୩ ଜଣ ଚିହ୍ନଟ ହୋଇଥିବାବେଳେ , ରାୟଗଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ହୋଇ ନାହାନ୍ତି । ସମ୍ବଲପୁରରୁ ୨୬ ଜଣ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧ ଓ ସୁନ୍ଦରଗଡ଼ରୁ ୩୪ ଜଣ ଓ ଷ୍ଟେଟ୍ପୁଲ୍ରୁ ୧୨ ଜଣ ଚିହ୍ନଟ ହୋଇଛନ୍ତି ।