ଭୁବନେଶ୍ୱର – ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ପ୍ରତିବାଦରେ ଗୁରୁବାର ଦିନ ବିଜେପି ପକ୍ଷରୁ ରାଜଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ଧାରଣା ଦିଆଯାଇଛି । ଏହା ସହିତ କେନ୍ଦ୍ର ସରକାରଙ୍କ ଉଦେ୍ଧଶ୍ୟରେ ରାଜ୍ୟପାଳଙ୍କୁ ଏକ ସ୍ମାରକ ପତ୍ର ଦିଆଯାଇଛି ।
ବିଜେପି ଅଭିଯୋଗ କରିଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହାଉସିଂ ଫର ଅଲ୍ ୨୦୨୨ ଆବାସ ଯୋଜନାରେ ଉଭୟ ଗ୍ରାମାଂଚଳ ଓ ସହରାଂଚଳରେ ସମସ୍ତଙ୍କୁ ପକ୍କା ଘର ଯୋଗାଇଦେବାକୁ ଘୋଷଣା ହୋଇଛି । ଏହି ଯୋଜନାରେ ଓଡିଶାରେ ୧୬ ଲକ୍ଷରୁ ଅଧିକ ପକ୍କା ଘର ନିର୍ମାଣ ପରେ ବି ରାଜ୍ୟସରକାର ଅନୈତିକ ଓ ଅଗଣତାନ୍ତ୍ରିକ ଭାବେ ଯୋଜନାର ନାମ ପରିବର୍ତନ କରି ରାଜ୍ୟବାସୀଙ୍କୁ ଠକି ·ଲିଛନ୍ତି । ସେହିପରି ସମସ୍ତେ ଘର ପାଇବେ ବୋଲି ଯେଉଁ ସର୍ଭେ ଚାଲିଛି ସେଥିରେ ମଧ୍ୟ ଚଂଚକତା ରହିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ଘର କରାଇବା ନାଁରେ ବିଜୁ ଜନତା ଦଳର ବିଧାୟକ ମାନେ ଘର ପିଛା ୨୧ହଜାର ଟଙ୍କା ପିସି ଆଦାୟ କରିବାରେ ଲାଗିଛନ୍ତି । ଯେଉଁମାନଙ୍କ ନାଁ ପ୍ରାରମ୍ଭିକ ତାଲିକାରେ ଅଛି ସେମାନଙ୍କ ଘର ଜିଓ ଟାକିଙ୍ଗ୍ ହେବ ନିଷ୍ପତି ହୋଇଛି ସେମାନଙ୍କ ଠାରୁ ୧୦ ହଜାର ଟଙ୍କା ବିଧାୟକଙ୍କ ନାଁରେ ପିସି ଏବଂ ୧୧ ହଜାର ଟଙ୍କା ବ୍ଲକ ଅଫିସରଙ୍କ ନାଁରେ ପିସି ଆଦାୟ କରାଯାଉଛି ବୋଲି ବିଜେପି ଅଭିଯୋଗ କରିଛି ।