ଆଜି ଚିହ୍ନଟ ହୋଇଥିବା ୩୫୮ ଜଣଙ୍କ ମଧ୍ୟରୁ ୨୦୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୫୦ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ସବୁଠାରୁ ଅଧିକ ୫୨ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୫୨ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୩୫ ଜଣ, ବରଗଡ଼ରୁ ୭ ଜଣ, ଭଦ୍ରକରୁ ୧ ଜଣ, ବଲାଙ୍ଗୀରରୁ ୧୩ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ହୋଇ ନାହାନ୍ତି । କଟକରୁ ୨୮ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ଼ରୁ ୪, ଢେଙ୍କାନାଳରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ ଗଜପତିରୁ ଜିଲ୍ଲାରୁ ୪ଜଣ, ଗଞ୍ଜାମରୁ ୫ ଜଣ, ଜଗତ୍ସିଂହପୁରରୁ ୪ ଜଣ, ଯାଜପୁରରୁ ୧୫ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ କନ୍ଧମାଳର ଜିଲ୍ଲାରୁ କେହି ସଂକ୍ରମିତ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୧୧ ଜଣ, କେନ୍ଦୁଝରରୁ ୮ ଜଣ, ଖୋର୍ଦ୍ଧାରୁ ୩୬ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମାଲକାନଗିରିରୁ ଜଣେ ହେଲେ କରୋନା ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି ।
ମୟୂରଭଞ୍ଜରୁ ୧୭ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ ୧, ନୟାଗଡ ଜିଲ୍ଲାରୁ ୧ ଜଣ, ନୂଆପଡ଼ାରୁ ୨୬ ଜଣ, ପୁରୀରୁ ୧ ଜଣ ଚିହ୍ନଟ ହୋଇଥିବାବେଳେ , ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁରରୁ ୨୧ ଜଣ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧ ଓ ସୁନ୍ଦରଗଡ଼ରୁ ୨୯ ଜଣ ଓ ଷ୍ଟେଟ୍ପୁଲ୍ରୁ ୯ ଜଣ ଚିହ୍ନଟ ହୋଇଛନ୍ତି ।