ଆଜି ଚିହ୍ନଟ ହୋଇଥିବା ୩୫୬ ଜଣଙ୍କ ମଧ୍ୟରୁ ୧୯୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୫୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୪୧ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୨୯ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୨୬ ଜଣ, ବରଗଡ଼ରୁ ୧୭ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୧୦ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ହୋଇ ନାହାନ୍ତି । କଟକରୁ ୧୯ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ଼ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳରୁ ୧ ଜଣ ଚିହ୍ନଟ ହୋଇଥିବା ବେଳେ ଗଜପତିରୁ ଜିଲ୍ଲାରୁ ୨ଜଣ, ଗଞ୍ଜାମରୁ ୪ ଜଣ, ଜଗତ୍ସିଂହପୁରରୁ ୧୩ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୧ ଜଣ ଚିହ୍ନଟ ହୋଇଥିବା ବେଳେ କନ୍ଧମାଳର ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୯ ଜଣ, କେନ୍ଦୁଝରରୁ ୬ ଜଣ, ଖୋର୍ଦ୍ଧାରୁ ୪୧ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରିରୁ ଜଣେ ହେଲେ କରୋନା ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି ।
ମୟୂରଭଞ୍ଜରୁ ୨୯ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ ୩, ନୟାଗଡ ଜିଲ୍ଲାରୁ ୨ ଜଣ, ନୂଆପଡ଼ାରୁ ୧୮ ଜଣ, ପୁରୀରୁ ୨୦ ଜଣ ଚିହ୍ନଟ ହୋଇଥିବାବେଳେ , ରାୟଗଡା ଜିଲ୍ଲାରୁ ୪, ସମ୍ବଲପୁରରୁ ୨୫ ଜଣ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧ ଓ ସୁନ୍ଦରଗଡ଼ରୁ ୩୫ଜଣ ଓ ଷ୍ଟେଟ୍ପୁଲ୍ରୁ ୧୨ ଜଣ ଚିହ୍ନଟ ହୋଇଛନ୍ତି ।