ଆଜି ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଧା, ମୟୁରଭଂଜ, ସୁନ୍ଦରଗଡ ଓ ସମ୍ବଲପୁର . ଜିଲ୍ଲାର ଜଣେ ଜଣେ ଅଛନ୍ତି ।
ଭୁୁବନେଶ୍ୱରର ଜଣେ ୭୫ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ମୟୁରଭଂଜ ଜିଲ୍ଲାର ଜଣେ ୮୬ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ସମ୍ବଲପୁର ଜିଲ୍ଲାର ଜଣେ ୬୨ ବର୍ଷୀୟ ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲ୍ଲାର ଜଣେ ୫୩ ବର୍ଷୀୟା କରୋନା ସଂକ୍ରମିତ ମହିଳାଙ୍କ ମୃତ୍ୟୁ ଘଟିଛି ।