ଆଜି ଚିହ୍ନଟ ହୋଇଥିବା ୩୧୯ ଜଣଙ୍କ ମଧ୍ୟରୁ ୧୮୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୩୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାର ଜିଲ୍ଲାରେ ସବୁଠାରୁ ଅଧିକ ୭୨ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୩୫ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୧୦ ଜଣ, ବରଗଡ଼ରୁ ୬ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୧୫ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ହୋଇ ନାହାନ୍ତି । କଟକରୁ ୧୦ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ଗଜପତିରୁ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଞ୍ଜାମରୁ ୬ ଜଣ, ଜଗତ୍ସିଂହପୁରରୁ ୭ ଜଣ, ଯାଜପୁରରୁ ୧୧ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ କନ୍ଧମାଳର ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ, କେନ୍ଦୁଝରରୁ ୧୦ ଜଣ, ଖୋର୍ଦ୍ଧାରୁ ୨୩ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମାଲକାନଗିରିରୁ ୩ ଜଣ, ମୟୂରଭଞ୍ଜରୁ ୧୯ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ ୪ ନୟାଗଡ ଜିଲ୍ଲାରୁ ୧ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୨୪ ଜଣ ଚିହ୍ନଟ ହୋଇଥିବାବେଳେ , ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁରରୁ ୧୯ ଜଣ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୭୨ ଜଣ ଓ ଷ୍ଟେଟ୍ପୁଲ୍ରୁ ୫ ଜଣ ଚିହ୍ନଟ ହୋଇଛନ୍ତି ।