
ଚେନ୍ନାଇ। ତାମିଲନାଡୁରେ ଗତ ୨୪ ଘଂଟାରେ ୧,୦୭୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୪ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୦୭,୯୬୨ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୧୧,୯୯୫ ହୋଇଛି ।