

ଆଜି ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଧା, ବାଲେଶ୍ୱର ଓ ସୁନ୍ଦରଗଡ ଜିଲ୍ଲାର ଜଣେ ଜଣେ ଅଛନ୍ତି ।
ଭୁୁବନେଶ୍ୱରର ଜଣେ ୬୮ ବର୍ଷୀୟ ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ବାଲେଶ୍ୱର ଜିଲ୍ଲାର ଜଣେ ୮୦ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସୁନ୍ଦରଗଡ ଜିଲ୍ଲାର ଜଣେ ୬୪ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲେ ।
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୯ ଗିରଫ
ଭୁବନେଶ୍ୱର– ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୯ ଜଣଙ୍କୁ ଗିରଫ କରିଥିବା ବେଳେ ୫୭୬ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୧୯,୩୬,୫୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।