

ଆଜି ଚିହ୍ନଟ ହୋଇଥିବା ୩୬୪ ଜଣଙ୍କ ମଧ୍ୟରୁ ୨୧୦ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୫୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୫ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାର ଜିଲ୍ଲାରେ ସବୁଠାରୁ ଅଧିକ ୬୪ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୩୫ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୧୨ ଜଣ, ବରଗଡ଼ରୁ ୧୬ ଜଣ, ଭଦ୍ରକରୁ ୧୩ ଜଣ, ବଲାଙ୍ଗୀରରୁ ୨୨ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ହୋଇ ନାହାନ୍ତି । କଟକରୁ ୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ଼ ଓ ଢେଙ୍କାନାଳରୁ କେହି ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତିରୁ ଜିଲ୍ଲାରୁ ୨ ଗଞ୍ଜାମରୁ ୭ ଜଣ, ଜଗତ୍ସିଂହପୁରରୁ ୪ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୧୦ ଜଣ, କଳାହାଣ୍ଡିରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ କନ୍ଧମାଳର ଜିଲ୍ଲାରୁ କେହି ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସେହିପରି କେନ୍ଦ୍ରାପଡ଼ାରୁ ୧୨ ଜଣ, କେନ୍ଦୁଝରରୁ ୧୩ ଜଣ, ଖୋର୍ଦ୍ଧାରୁ ୪୨ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରୁ ୩ ଜଣସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ମାଲକାନଗିରିରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜରୁ ୨୬ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ ୯, ନୟାଗଡ ଜିଲ୍ଲାରୁ ୧ ଜଣ, ନୂଆପଡ଼ାରୁ ୧୧ ଜଣ, ପୁରୀରୁ ୧୧ ଜଣ ଚିହ୍ନଟ ହୋଇଥିବାବେଳେ , ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁରରୁ ୧୫ ଜଣ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୬୪ ଜଣ ଓ ଷ୍ଟେଟ୍ପୁଲ୍ରୁ ୧୦ ଜଣ ଚିହ୍ନଟ ହୋଇଛନ୍ତି ।