
-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୭୨୭୯

ଆଜି ଚିହ୍ନଟ ହୋଇଥିବା ୩୬୪ ଜଣଙ୍କ ମଧ୍ୟରୁ ୨୧୦ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୫୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୫ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ଆଉ ୩ ଜଣଙ୍କର କରୋନାରେ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୧୮୪୬ ହେଲା
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୩ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୪୬ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଧା, ବାଲେଶ୍ୱର ଓ ସୁନ୍ଦରଗଡ ଜିଲ୍ଲାର ଜଣେ ଜଣେ ଅଛନ୍ତି ।