ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୩,୧୦୬ କରୋନାର ନୂଆ ମାମଲା
ମୁମ୍ବାଇ । ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୩,୧୦୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୭୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫୮,୩୭୬ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୪୮,୮୭୬ ଜଣ ମୃତ୍ୟୁବରଣ କରିଛନ୍ତି ।
ଝାରଖଣ୍ଡରେ କରୋନାର ୨୦୯ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୨୦୯ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧,୧୩,୪୦୭ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧,୦୧୪ ଜଣଙ୍କର ମୃତ୍ୟୁ ଘଟିଛି ।