

ଆଜି ଚିହ୍ନଟ ହୋଇଥିବା ୨୬୩ ଜଣଙ୍କ ମଧ୍ୟରୁ ୧୫୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୧୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୨ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ସବୁଠାରୁ ଅଧିକ ୪୫ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୪୫ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୧୪ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୪ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ହୋଇ ନାହାନ୍ତି । କଟକରୁ ୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ଼ରୁ ୪ ଓ ଢେଙ୍କାନାଳରୁ କେହି ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତିରୁ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ଗଞ୍ଜାମରୁ ୨ ଜଣ, ଜଗତ୍ସିଂହପୁରରୁ ୧ ଜଣ, ଯାଜପୁରରୁ ୧୩ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୫ ଜଣ ଚିହ୍ନଟ ହୋଇଛନ୍ତି । କନ୍ଧମାଳର ଜିଲ୍ଲାରୁ କେହି ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସେହିପରି କେନ୍ଦ୍ରାପଡ଼ାରୁ ୧୪ ଜଣ, କେନ୍ଦୁଝରରୁ ୮ ଜଣ, ଖୋର୍ଦ୍ଧାରୁ ୧୫ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୂରଭଞ୍ଜରୁ ୧୯ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ ୧, ନୟାଗଡ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୂଆପଡ଼ାରୁ ୧୧ ଜଣ, ପୁରୀରୁ ୧୬ ଜଣ ଚିହ୍ନଟ ହୋଇଥିବାବେଳେ , ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁରରୁ ୪ ଜଣ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୪୧ ଜଣ ଓ ଷ୍ଟେଟ୍ପୁଲ୍ରୁ ୩ ଜଣ ଚିହ୍ନଟ
ହୋଇଛନ୍ତି ।