
ଯାଜପୁର– ଆସନ୍ତା ୨୯ ତାରିଖରୁ ଖୋଲିବ ଯାଜପୁର ଜିଲ୍ଲାର ପ୍ରସିଦ୍ଧ ଦେବୀପୀଠ ମା ବିରଜା ମନ୍ଦିର । ସକାଳ ୬ଟା ଠାରୁ ସଂନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ମାନେ ମାଙ୍କ ଦର୍ଶନ କରିପାରିବେ । ପ୍ରତ୍ୟେକ ଦିନ ଅପରାହ୍ନ ୧ଟା ରୁ ୩ଟା ପର୍ଯ୍ୟନ୍ତ ମଧ୍ୟାହ୍ନ ପହୁଡ଼ ପାଇଁ ଦର୍ଶନ ବନ୍ଦ ରହିବ । ସେହିପରି ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଜାନୁଆରୀ ୧,୨ ଓ ୩ ତାରିଖ ତିନି ଦିନ ଧରି ମନ୍ଦିର ବନ୍ଦ ରହିବ । ଆଜି ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମଳିନୀରେ ଯାଜପୁର ଜିଲ୍ଲାପାଳ ଚକ୍ରବର୍ତି ସିଂ ରାଠୋର ସୂଚନା ଦେଇଛନ୍ତି ।
ଏହା ବ୍ୟତୀତ ମନ୍ଦିର ପରିସରରେ ବିବାହ ଓ ବ୍ରତଘରକୁ ନିଷେଧ କରାଯାଇଛି । ପିତୃ ପୁରୁଷଙ୍କୁ ପିଣ୍ଡଦାନ ନିମନ୍ତେ ଆସୁଥିବା ଶ୍ରଦ୍ଧାଳୁ ମାନଙ୍କ ପାଇଁ ଟୋକନ୍ ବ୍ୟବସ୍ଥା କରାଯିବ ବୋଲି ଜିଲ୍ଲାପାଳ ଶ୍ରୀ ରାଠୋର କହିଛନ୍ତି ।
ଆଜି ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସାମ୍ବାଦିକ ସମ୍ମିଳନୀରେ ଅନ୍ୟ ମାନଙ୍କ ମଧ୍ୟରେ ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ଧଳ, ଯାଜପୁର ଥାନା ଅଧିକାରୀ ମାନସ ରଞ୍ଜନ ଚକ୍ର ଏବଂ ଯାଜପୁର ସଦର ତହସିଲଦାର ସୁରେଶ ଚନ୍ଦ୍ର ପତି ପ୍ରମୁଖ ଉପସ୍ଥିତ ଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO