ଆଜି ଚିହ୍ନଟ ହୋଇଥିବା ୩୩୪ ଜଣଙ୍କ ମଧ୍ୟରୁ ୧୯୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୪୦ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୪୦ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୨୩ବଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୧୮ ଜଣ, ବରଗଡ଼ରୁ ୧୦ ଜଣ, ଭଦ୍ରକରୁ ୧୦ ଜଣ, ବଲାଙ୍ଗୀରରୁ ୨୭ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧ ଜିଲ୍ଲାରୁ ୨ ଜଣ, କଟକରୁ ୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ଼ରୁ ୧ ଓ ଢେଙ୍କାନାଳରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତିରୁ ଜିଲ୍ଲାରୁ ୧, ଗଞ୍ଜାମରୁ ୫ ଜଣ, ଜଗତ୍ସିଂହପୁରରୁ ୩ ଜଣ, ଯାଜପୁରରୁ ୧୩ ଜଣ, ଝାରସୁଗୁଡ଼ାରୁ ୧୪ ଜଣ, କଳାହାଣ୍ଡିରୁ ୫ ଜଣ ଚିହ୍ନଟ ହୋଇଛନ୍ତି । କନ୍ଧମାଳର ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୬ ଜଣ, କେନ୍ଦୁଝରରୁ ୫ ଜଣ, ଖୋର୍ଦ୍ଧାରୁ ୩୦ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୂରଭଞ୍ଜରୁ ୨୦ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ନୟାଗଡ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆପଡ଼ାରୁ ୧୩ ଜଣ, ପୁରୀରୁ ୧ ଜଣ ଚିହ୍ନଟ ହୋଇଥିବାବେଳେ , ରାୟଗଡା ଜିଲ୍ଲାରୁ ୯ ସମ୍ବଲପୁରରୁ ୩୦ ଜଣ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧, ସୁନ୍ଦରଗଡ଼ରୁ ୪୦ ଜଣ ଓ ଷ୍ଟେଟ୍ପୁଲ୍ରୁ ୭ ଜଣ ଚିହ୍ନଟ ହୋଇଛନ୍ତି ।