

ଆଜି ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଧା , ବାଲେଶ୍ୱର, ସୁନ୍ଦରଗଡ ଓ ମୟୁରଭଂଜ ଜିଲ୍ଲାର ଜଣେ ଜଣେ ଅଛନ୍ତି ।
ଭୁୁବନେଶ୍ୱରର ଜଣେ ୫୫ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ରୋଗରେ ପୀଡିତ ଥିଲେ । ବାଲେଶ୍ୱର ଜିଲ୍ଲାର ଜଣେ ୫୮ ବର୍ଷୀୟ ପୁରୁଷ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ମୟୁରଭଂଜ ଜିଲ୍ଲାର ଜଣେ ୫୭ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସୁନ୍ଦରଗଡ ଜିଲ୍ଲାର ଜଣେ ୭୧ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଉଲ୍ଲଂଘନ ମାମଲାରେ ୧୪ ଗିରଫ
ଭୁବନେଶ୍ୱର– ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୪ ଜଣଙ୍କୁ ଗିରଫ କରିଥିବା ବେଳେ ୬୩୯ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୧୮,୨୪,୦୪୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।