
ଭୁବନେଶ୍ୱର– କମିଶନରେଟ ପୋଲିସ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ କଟକରେ ୧୧୨ ଜଣଙ୍କ ଠାରୁ ଜୋରିମାନା ଆଦାୟ କରିଛି । ସେହିପରି ସାମାଜିକ ଦୂରତ୍ୱ ନିୟମ ପାଳନ କରି ନ ଥିବା ଅଭିଯୋଗରେ ୩୪୪ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । ମୋଟର ଯାନ ଆଇନ୍ ଓ ଓଡିଶା ସହରାଂଚଳ ପୋଲିସ ଆଇନ୍ ଉଲ୍ଲଂଘନ କରିଥିବା ୫୪୮ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । କଟକ ଡିସିପି ଟ୍ୱିଟ କରି ଏହି ସୂଚନା ଦେଇଛନ୍ତିା
ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୨୨ ଗିରଫ
ଭୁବନେଶ୍ୱର – ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୨୨ ଜଣଙ୍କୁ ଗିରଫ କରିଥିବା ବେଳେ ୬୩୭ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୧୯,୫୭,୬୫୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।