ଆଜି ଚିହ୍ନଟ ହୋଇଥିବା ୩୦୩ ଜଣଙ୍କ ମଧ୍ୟରୁ ୧୭୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୩୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଓ କେନ୍ଦ୍ରାପଡା ଜିଲ୍ଲାରେ ସବୁଠାରୁ ଅଧିକ ୩୧-୩୧ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୧୬ ବଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୧୬ ଜଣ, ବରଗଡ଼ରୁ ୯ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୧୮ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧ ଜିଲ୍ଲାରୁ ୧ ଜଣ, କଟକରୁ ୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ଼ରୁ ୨ ଓ ଢେଙ୍କାନାଳରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତିରୁ ଜିଲ୍ଲାରୁ ୧, ଗଞ୍ଜାମରୁ ୪ ଜଣ, ଜଗତ୍ସିଂହପୁରରୁ ୫ ଜଣ, ଯାଜପୁରରୁ ୧୬ ଜଣ, ଝାରସୁଗୁଡ଼ାରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୩୧ ଜଣ, କେନ୍ଦୁଝରରୁ ୨୩ ଜଣ, ଖୋର୍ଦ୍ଧାରୁ ୩୧ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୂରଭଞ୍ଜରୁ ୧୭ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ ୬, ନୟାଗଡ ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆପଡ଼ାରୁ ୧୧ ଜଣ, ପୁରୀରୁ ୧ ଜଣ ଚିହ୍ନଟ ହୋଇଥିବାବେଳେ , ରାୟଗଡା ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ସମ୍ବଲପୁରରୁ ୨୨ ଜଣ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧, ସୁନ୍ଦରଗଡ଼ରୁ ୩୦ ଜଣ ଓ ଷ୍ଟେଟ୍ପୁଲ୍ରୁ ୮ ଜଣ ଚିହ୍ନଟ ହୋଇଛନ୍ତି ।