
ଭୁବନେଶ୍ୱର– ରବିବାର ଭୁବନେଶ୍ୱର ସ୍ଥିତ ବିଜେପି ରାଜ୍ୟ କାର୍ଯାଳୟରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନ୍ନଦାତାଙ୍କ ପ୍ରତି ସମର୍ପିତ ମୋଦି ସରକାର ପୁସ୍ତକର ଉନ୍ମୋଚନ କରିଛନ୍ତି ।
ଭାରତ ସରକାରଙ୍କ ନୂଆ କୃଷି ଆଇନ ଉପରେ ଲିଖିତ ତଥ୍ୟ ଓ ତର୍କ ଆଧାରିତ ଓଡ଼ିଆ ଅନୁବାଦ ପୁସ୍ତକ ଅନ୍ନଦାତାଙ୍କ ପ୍ରତି ସମର୍ପିତ ମୋଦି ସରକାର ଉନ୍ମୋଚନ ସମୟରେ ଦଳର ବରିଷ୍ଠ ନେତା ମାନେ ମଧ୍ୟ ଉପସ୍ଥିତ ଥିଲେ ।
ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଏହି ପୁସ୍ତକ ଚାଷୀଙ୍କୁ ନୂଆ କୃଷି ଆଇନ ସମ୍ପର୍କରେ ପ୍ରକୃତ ତଥ୍ୟ ଦେବା ସହ ଚାଷୀଙ୍କ ମନରେ ତିଆରି କରାଯାଉଥିବା ବିଭିନ୍ନ ଭ୍ରାନ୍ତ ଧାରଣାକୁ ଦୂର କରିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ସମେତ ଭାରତବର୍ଷର ଚାଷୀଙ୍କୁ ସଶକ୍ତ କରିବା ପାଇଁ ବଦ୍ଧପରିକର ବୋଲି ସେ କହିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO