
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୬୨ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଆଜି ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଧା , କଳାହାଣ୍ଡି, ନୂଆପଡା ଓ ସୁନ୍ଦରଗଡ ଜିଲ୍ଲାର ଜଣେ ଜଣେ ଅଛନ୍ତି ।