ଆଜି ଚିହ୍ନଟ ହୋଇଥିବା ୨୩୪ ଜଣଙ୍କ ମଧ୍ୟରୁ ୧୩୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୯୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ସବୁଠାରୁ ଅଧିକ ୩୬ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୩୬ ବଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୧୦ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୩ ଜଣ, ବଲାଙ୍ଗୀରରୁ ୧୦ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ହୋଇ ନାହାନ୍ତି । କଟକରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ଼ରୁ ୩ ଜଣ ସଂକ୍ରମିତ ହୋଇଛନ୍ତି । ଢେଙ୍କାନାଳ ଓ ଗଜପତି ଜିଲ୍ଲାରୁ କେହି ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଞ୍ଜାମରୁ ୪ ଜଣ, ଜଗତ୍ସିଂହପୁରରୁ ୫ ଜଣ, ଯାଜପୁରରୁ ୧୬ ଜଣ, ଝାରସୁଗୁଡ଼ାରୁ ୧୫ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୨ ଜଣ, ଓ କନ୍ଧମାଳ ଜିଲ୍ଲାରୁ ଜଣେ ଚିହ୍ନଟ ହୋଇ ଛନ୍ତି । କେନ୍ଦ୍ରାପଡ଼ାରୁ ୧୦ ଜଣ, କେନ୍ଦୁଝରରୁ ୮ ଜଣ, ଖୋର୍ଦ୍ଧାରୁ ୨୫ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ରୁ ୧ ଜଣ ଓ ମାଲକାନଗିରି ଜିଲ୍ଲାରୁ ୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ମୟୂରଭଞ୍ଜରୁ ୧୭ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆପଡ଼ାରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ପୁରୀ ଓ ରାୟଗଡା ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ସମ୍ବଲପୁରରୁ ୯ ଜଣ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧, ସୁନ୍ଦରଗଡ଼ରୁ ୨୮ ଜଣ ଓ ଷ୍ଟେଟ୍ପୁଲ୍ରୁ ୬ ଜଣ ଚିହ୍ନଟ ହୋଇଛନ୍ତି ।