ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୩ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୬୫ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଧା, ରାୟଗଡା ଓ ସୁନ୍ଦରଗଡ ଜିଲ୍ଲାର ଜଣେ ଜଣେ ଅଛନ୍ତି ।
ଭୁୁବନେଶ୍ୱରର ଜଣେ ୬୦ ବର୍ଷୀୟ ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ରାୟଗଡା ଜିଲ୍ଲାର ଏକ ପାଂଚ ମଙ୍କସର ଶିଶୁର ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲ୍ଲାର ଜଣେ ୭୨ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।