ଆଜି ଚିହ୍ନଟ ହୋଇଥିବା ୨୬୩ ଜଣଙ୍କ ମଧ୍ୟରୁ ୧୫୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୧୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୩୨ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୨୦ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୧୯ ଜଣ, ବରଗଡ଼ରୁ ୨୩ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୨୨ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ହୋଇ ନାହାନ୍ତି । କଟକରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ଼ରୁ ୧ ଜଣ ସଂକ୍ରମିତ ହୋଇଛନ୍ତି । ଢେଙ୍କାନାଳ ଓ ଗଜପତି ଜିଲ୍ଲାରୁ କେହି ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଞ୍ଜାମରୁ ୪ ଜଣ, ଜଗତ୍ସିଂହପୁରରୁ ୨ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୧୫ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୧୧ ଜଣ ଚିହ୍ନଟ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୧୦ ଜଣ, କେନ୍ଦୁଝରରୁ ୭ ଜଣ, ଖୋର୍ଦ୍ଧାରୁ ୨୫ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମାଲକାନଗିରି ଜିଲ୍ଲାରୁ ୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ମୟୂରଭଞ୍ଜରୁ ୧୦ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ ୨ଜଣ ଲ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆପଡ଼ାରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ ପୁରୀ ଜିଲ୍ଲାରୁ ୨ ଜଣ ଓ ରାୟଗଡା ଜିଲ୍ଲାରୁ ୧ ଜଣ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୨୦ ଜଣ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୫, ସୁନ୍ଦରଗଡ଼ରୁ ୩୨ ଜଣ ଓ ଷ୍ଟେଟ୍ପୁଲ୍ରୁ ୫ଜଣ ଚିହ୍ନଟ ହୋଇଛନ୍ତି ।
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୨୦ ଗିରଫ
ଭୁବନେଶ୍ୱର – ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୨୦ ଜଣଙ୍କୁ ଗିରଫ କରିଥିବା ବେଳେ ୬୫୦ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୧୯,୨୫,୭୦୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।