ନୂଆଦିଲ୍ଲୀ– ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୬,୪୩୨ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୨୫୨ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୨,୨୪,୩୦୩ ପହଂଚିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨,୬୮,୫୮୧ ଥିବା ବେଳେ ବର୍ତମାନ ସୁଦ୍ଧା ୧,୪୮,୧୫୩ ଜଣ ମୃତ୍ୟୁ ବରଣ କରିଛନ୍ତି ।
ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୯,୮୩,୬୯୫ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ– ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୯,୮୩,୬୯୫ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା, ୧୬,୯୮,୦୧,୭୪୯ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା