
ଭୁବନେଶ୍ୱର– କିମ୍ବଦନ୍ତୀ ସଙ୍ଗୀତ ନିର୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖିତ । ସେ କହିଛନ୍ତି ଯେ ଜଣେ ଗୀତିକାର ଓ ସଂଗୀତ ନିର୍ଦେଶକ ଭାବେ ତାଙ୍କର ପ୍ରତିଭାର ଉଜ୍ୱଳ ସାକ୍ଷର ଛାଡି ଯାଇଛନ୍ତି । ସଂଗୀତ ପ୍ରତି ସେ ସାରା ଜୀବନ ସମର୍ପିତ ଥିଲେ । ସ୍ୱତନ୍ତ୍ର ସଙ୍ଗୀତ ସଂଯୋଜନା ଶୈଳୀ ମାଧ୍ୟମରେ ଚିଲିକା ତୀରେ,ଅଗ୍ନିପରୀକ୍ଷା ଓ ମେଘମୁକ୍ତି ଆଦି ଚଳଚ୍ଚିତ୍ରରେ ସେ ଛାଡି ଯାଇଥିବା ଛାପ ସର୍ବଦା ସ୍ମରଣୀୟ । ତାଙ୍କ ବିୟୋଗରେ ଓଡିଶା ଜଣେ ସୁଯୋଗ୍ୟ ସନ୍ତାନଙ୍କୁ ହରାଇଛି । ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି ବୋଲି କହିଛନ୍ତି ।