ଭୁବନେଶ୍ୱର– କିମ୍ବଦନ୍ତୀ ସଙ୍ଗୀତ ନିର୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଗଭୀର ଶୋକ ପ୍ରକାଶ କରିଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି ଯେ – ଓଡ଼ିଶାର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ । ଓଡ଼ିଆ ସମେତ ଅନେକ ଭାଷାର ଚଳଚ୍ଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶନା ଦେଇ ସ୍ୱର୍ଗତ ମହାପାତ୍ର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ । ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ।