ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୩,୦୧୮ କରୋନାର ନୂଆ ମାମଲା
ମୁମ୍ବାଇ ,ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୩,୦୧୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୬୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୯,୨୫,୦୬୬ ହୋଇଛି ।
ରାଜସ୍ଥାନରେ ଗତ ୨୪ ଘଂଟାରେ କରୋନାର ୬୨୬ ନୂଆ ମାମଲା
ଜୟପୁର , ରାଜସ୍ଥାନରେ ଗତ ୨୪ ଘଂଟାରେ ୬୨୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୦୬,୭୮୪ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୨,୬୮୩ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।