-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୮୭୩୮
ଭୁବନେଶ୍ୱର– ରାଜ୍ୟରେ ଗୋଟିଏ ଦିନରେ ୩୧୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୯୬୨୧ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୨୫୧୦୩ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୨୫୯୨ ରହିଛି ।
ଆଜି ଚିହ୍ନଟ ହୋଇଥିବା ୩୧୫ ଜଣଙ୍କ ମଧ୍ୟରୁ ୧୮୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୩୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ କଟକ ଜିଲ୍ଲାରେ ସବୁଠାରୁ ଅଧିକ ୪୧ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।