ଭୁବନେଶ୍ୱର– ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୩୪ ଜଣଙ୍କୁ ଗିରଫ କରିଥିବା ବେଳେ ୫୪୯ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୦,୦୩,୩୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି
କଟକରେ ୨୪ ଘଂଟା ମଧ୍ୟରେ ମାସ୍କ ନ ପିନ୍ଧିଥିବାରୁ ୧୨୬ ଜଣଙ୍କ ଠାରୁ ଜୋରିମାନା
ଭୁବନେଶ୍ୱର– କମିଶନରେଟ ପୋଲିସ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ କଟକରେ ୧୨୬ ଜଣଙ୍କ ଠାରୁ ଜୋରିମାନା ଆଦାୟ କରିଛି । ସେହିପରି ସାମାଜିକ ଦୂରତ୍ୱ ନିୟମ ପାଳନ କରି ନ ଥିବା ଅଭିଯୋଗରେ ୩୧୧ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । ମୋଟର ଯାନ ଆଇନ୍ ଓ ଓଡିଶା ସହରାଂଚଳ ପୋଲିସ ଆଇନ୍ ଉଲ୍ଲଂଘନ କରିଥିବା ୬୪୩ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । କଟକ ଡିସିପି ଟ୍ୱିଟ କରି ଏହି ସୂଚନା ଦେଇଛନ୍ତିା