ଆଜି ଚିହ୍ନଟ ହୋଇଥିବା ୩୧୫ ଜଣଙ୍କ ମଧ୍ୟରୁ ୧୮୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୩୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ କଟକ ଜିଲ୍ଲାରେ ସବୁଠାରୁ ଅଧିକ ୪୧ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୨୦ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୧୫ ଜଣ, ବରଗଡ଼ରୁ ୧୪ ଜଣ, ଭଦ୍ରକରୁ ୧ ଜଣ, ବଲାଙ୍ଗୀରରୁ ୪୦ ଜଣ ରହିଛନ୍ତି ।
‘ସେହିପରି ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ହୋଇ ନାହାନ୍ତି । କଟକରୁ ୪୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ଼ରୁ ୨ ଜଣ ସଂକ୍ରମିତ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ କେହି ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଞ୍ଜାମରୁ ୩ ଜଣ, ଜଗତ୍ସିଂହପୁରରୁ ୫ ଜଣ, ଯାଜପୁରରୁ ୧୫ ଜଣ, ଝାରସୁଗୁଡ଼ାରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୧୦ ଜଣ, କେନ୍ଦୁଝରରୁ ୭ ଜଣ, ଖୋର୍ଦ୍ଧାରୁ ୨୪ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ୩, ମାଲକାନଗିରି ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ମୟୂରଭଞ୍ଜରୁ ୧୭ ଜଣ ସଂକ୍ରମିତ ହୋଇଥିବା ବେଳେ ନବରଙ୍ଗପୁରରୁ ୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆପଡ଼ାରୁ ୨୬ ଜଣ ଚିହ୍ନଟ ହୋଇଥିବା ବେଳେ ପୁରୀ ଜିଲ୍ଲାରୁ ୧ ଜଣ ଓ ରାୟଗଡା ଜିଲ୍ଲାରୁ ୧ ଜଣ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୨୬ ଜଣ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୨, ସୁନ୍ଦରଗଡ଼ରୁ ୧୭ ଜଣ ଓ ଷ୍ଟେଟ୍ପୁଲ୍ରୁ ୬ଜଣ ଚିହ୍ନଟ ହୋଇଛନ୍ତି ।