ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୨ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୭୩ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଧା, ଓ ପୁରୀ ଜିଲ୍ଲାର ଜଣେ ଜଣେ ଅଛନ୍ତି ।
ଭୁୁବନେଶ୍ୱରର ଜଣେ ୫୭ ବର୍ଷୀୟ ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ପୁରୀ ଜିଲ୍ଲାର ଜଣେ ୭୬ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।